fbpx
BJD SKY
BJD SKY

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ଅଧିକାରୀ: ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଟିମ୍

BJD

କେନ୍ଦ୍ରାପଡ଼ା(ଓଡ଼ିଶା ଭାସ୍କର): ରାଜ୍ୟରେ ଦୁର୍ନୀତିଖୋର ଅଧିକାରୀଙ୍କ ଚେର ମାଡ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଭିଜିଲାନ୍ସ ପଞ୍ଝାରେ ପଡୁଛନ୍ତି । ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ଅଧିକାରୀ । ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ସଞ୍ଜୀବ ସିଂ ।

ତେବେ ଶିକ୍ଷକଙ୍କ ବଦଳି ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ସଞ୍ଜୀବଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଏହା ପରେ କେନ୍ଦ୍ରାପଡ଼ା ସ୍ଥିତ ଭଡ଼ା ଘର ଓ ବାଲେଶ୍ୱର ପୈତୃକ ଘରେ ରେଡ ହୋଇଛି । ସରଚନା ଅନୁସାରେ, ଆସନ୍ତା ୩୦ରେ ଅବସର ନେଇଥାନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ । ଚଢ଼ାଉ ବେଳେ ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

Get real time updates directly on you device, subscribe now.