ବଦଳିଲା ‘ଖେଳରତ୍ନ’ ଆୱାର୍ଡର ନାମ, ସୂଚନା ଦେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଭାରତରେ ଦିଆଯାଉଥିବା ରାଜୀବ ଗାନ୍ଧୀ ‘ଖେଳରତ୍ନ’ ଆୱାର୍ଡର ନାଁ ହକିିର ଯାଦୁଗର କୁହାଯାଉଥିବା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ନାମରେ ନାମିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଟ୍ୱିଟ୍ ଜରିଆରେ ଏହାର ଘୋଷଣା କରିଛନ୍ତି । ମୋଦୀ କହିଛନ୍ତି ଯେ, ଧ୍ୟାନଚାନ୍ଦଙ୍କ ନାଁରେ ନାମିତ ପାଇଁ ସାରା ଦେଶରୁ ପ୍ରସ୍ତାବ ଆସୁଥିଲା । ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ଖେଳରତ୍ନର ନାଁ ପରିବର୍ତ୍ତନ ହୋଇଛି ବୋଲି ମୋଦୀ କହିଛନ୍ତି ।
देश को गर्वित कर देने वाले पलों के बीच अनेक देशवासियों का ये आग्रह भी सामने आया है कि खेल रत्न पुरस्कार का नाम मेजर ध्यानचंद जी को समर्पित किया जाए। लोगों की भावनाओं को देखते हुए, इसका नाम अब मेजर ध्यानचंद खेल रत्न पुरस्कार किया जा रहा है।
जय हिंद!
— Narendra Modi (@narendramodi) August 6, 2021
ନୂଆ ଘୋଷଣା ପରେ ଏବେ ପୁରସ୍କାରର ନାଁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ଆୱାର୍ଡ କୁହାଯିବ । ଖାସ୍ କଥା ହେଉଛି କି, ଗୋଟିଏ ଦିନ ପୂର୍ବରୁ ଟୋକିଓ ଅଲିମ୍ପିକ୍ସରେ ଜର୍ମାନୀକୁ ହରାଇ ବ୍ରୋଞ୍ଜ ପତକ ହାତେଇଛି ଭାରତ । ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ୍ କରି କହିଛନ୍ତି ଯେ, ‘ଦେଶକୁ ଗର୍ବିତ କରିଥିବା ମୁହୂର୍ତ୍ତ ମଧ୍ୟରେ ଅନେକ ଦେଶବାସୀଙ୍କ ଅନୁରୋଧ ମଧ୍ୟ ସାମ୍ନାକୁ ଆସିଛି ଯେ ଖେଳରତ୍ନ ପୁରସ୍କାରର ନାମ ମେଜର ଧ୍ୟାନଚାନ୍ଦ ଜୀଙ୍କୁ ସମର୍ପିତ କରାଯିବା ଉଚିତ । ଲୋକଙ୍କ ଭାବନାକୁ ବିଚାରକୁ ନେଇ ବର୍ତ୍ତମାନ ଏହାକୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ନାଁରେ ନାମିତ କରାଯାଉଛି । ଜୟ ହିନ୍ଦ!’