fbpx

ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦିଆଯାଉ: ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୮ା୧୨(ଓଡ଼ିଶା ଭାସ୍କର): ଖୋର୍ଦ୍ଧା ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଛନ୍ତି । ସେ କହିଛନ୍ତି ଖୋର୍ଦ୍ଧାରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ରାଷ୍ଟ୍ରପତିଙ୍କୁ ମୋର ସ୍ୱାଗତ । ଏହାସହ କାର୍ଯ୍ୟକ୍ରମ ପାଇଁ ଭାରତ ସରକାରଙ୍କ ଦୁଇ ବିଭାଗକୁ ଶୁଭେଚ୍ଛା ଜଣାଇଛନ୍ତି । ପାଇକ ବିଦ୍ରୋହର ସ୍ମାରକୀ ପାଇଁ ଜମି ଦେବେ ରାଜ୍ୟ ସରକାର ବୋଲି ସେ କହିଛନ୍ତି । ଆମର ବୀର ପାଇକଙ୍କ ବୀରତ୍ୱ ଓ ସଂଗ୍ରାମ ଯୋଗୁ ଓଡ଼ିଶା ଅଜେୟ ରହିଥିଲା । ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦିଆଯାଉ ବୋଲି ସେ କହିଛନ୍ତି । ଏହାସହ ବକ୍ସି ଜଗବନ୍ଧୁଙ୍କ ନାଁରେ ସ୍ୱତନ୍ତ୍ର ଟ୍ରେନ ଚଳାଇବାକୁ ଓଡ଼ିଶା ଦାବି ରଖିଛି ବୋଲି ନବୀନ କହିଛନ୍ତି । ଆଶା ଅଛି ଯେ ରାଷ୍ଟ୍ରପତି ଆମ ଦାବି ପ୍ରତି ସୁବିଚାର କରିବେ ବୋଲି ସେ ଶେଷକୁ କହିଛନ୍ତି ।

ସେହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଉପସ୍ଥିତ ରହିଥିଲେ ।

Get real time updates directly on you device, subscribe now.