fbpx

ଆଜିଠୁ ସାରା ରାଜ୍ୟରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର, ୪ା୮(ଓଡ଼ିଶା ଭାସ୍କର): ଉତ୍ତର ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତିନି ଦିନ ଧରି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଏହାସହ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି । ଢ଼େଙ୍କାନାଳ, ଯାଜପୁର ଓ କଳାହାଣ୍ଡିରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ମାଲକାନଗିରି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଚଳିତ ବର୍ଷ ଆବଶ୍ୟକତାଠାରୁ କମ ବର୍ଷ ହେବା ଫଳରେ ତାତି ବଢ଼ି ଚାଲିଛି । ଏହାସହ କୃଷକ ମାନଙ୍କ ଫସଲ ଉପରେ ବେଶ ପ୍ରଭାବ ପଡ଼ିଛି । ଏହି ଲଘୁଚାପ ଜନିତ ବର୍ଷା ଯୋଗୁଁ ଚାଷୀଙ୍କ ପାଇଁ ଟିକେ ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି ।

Get real time updates directly on you device, subscribe now.