ଟାଙ୍କି ଫୁଲ କରିବା ପୂର୍ବରୁ ଜାଣନ୍ତୁ ପେଟ୍ରୋଲ ଦାମ୍, ନହେଲେ ପରେ ପସ୍ତେଇବା ଥୟ, କାରଣ…
ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୬୯ ପଇସା ରହିଛି ।
ଓଡ଼ିଶା ଭାସ୍କର: ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି ।
ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୬୯ ପଇସା ରହିଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି ।
ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୫୨ ପଇସା ରହିଛି ।
ପଢ଼ନ୍ତୁ ଅଧିକ ଖବର….କେମିତି ରହିଛି ସୁନା ରୂପା ଦର? ଆଜି ସୁନା କିଣିଲେ ଲାଭରେ ରହିବେ ନା କ୍ଷତି ସହିବେ…
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।