fbpx

କେଉଁଠି ଲ୍ୟାଣ୍ଡଫଲ କରିବ ବାତ୍ୟା? ଜାଣନ୍ତୁ କ’ଣ କହିଲେ IMD ଡିଜି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଲଘୁଚାପ ଘନୀଭୂତ ହୋଇ କାଲି ଅବପାତର ରୂପ ନେବ । ଅନ୍ୟପଟେ ବାତ୍ୟା ସମ୍ପର୍କରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ବାତ୍ୟା କେବେ ଓ କେଉଁଠି ଲ୍ୟାଣ୍ଡଫଲ କରିବ ବୋଲି ସମସ୍ତଙ୍କ ମନରେ ପ୍ରଶ୍ନ ଉଠୁଛି । କିନ୍ତୁ ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବା, ସେନେଇ ଆକଳନ ହୋଇନି ବୋଲି ଆଇଏମଡି ଡିଜି କହିଛନ୍ତି ।

ତାଙ୍କ କହିବା ମୁତାବକ, ଲଘୁଚାପ କ୍ଷେତ୍ରଟି ଉତ୍ତରକୁ ଗତି କରି ଆସନ୍ତାକାଲି ଅବପାତରେ ପରିଣତ ହେବ । ଅବପାତଟି ୮ ତାରିଖ ସନ୍ଧ୍ୟାରେ ବାତ୍ୟାରେ ରୂପାନ୍ତର ହୋଇପାରେ । କ୍ରମେ ଏହା ୧୦ ସୁଦ୍ଧା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ ।’

ତେବେ ବାତ୍ୟା କେଉଁ ଉପକୂଳ ଛୁଇଁବ ଓ କେବେ ଛୁଇଁବ, ସେନେଇ ଆକଳନ ହୋଇନି । କାଲି ଲଘୁଚାପ ଅବପାତରେ ପରିଣତ ହେଲା ପରେ ଅଧିକ ସ୍ପଷ୍ଟତା ଆସିବ । ୯ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀ ଫେରିଆସିବା ଉଚିତ୍ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

Get real time updates directly on you device, subscribe now.