ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, AIIMSରେ ହେଲେ ଭର୍ତ୍ତି

ନୂଆଦିଲ୍ଲୀ: ପୂର୍ବତନ ଉପପ୍ରଧାନମନ୍ତ୍ରୀ ଏବଂ ଭାରତୀୟ ଜନାତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟ ଖରାପ ହେବା ପରେ ତାଙ୍କୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ବୟସ ସମ୍ବନ୍ଧୀୟ ସମସ୍ୟାରେ ପୀଡିତ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଲାଲକୃଷ୍ଣ ଆଡଭାନୀଙ୍କୁ ଏମ୍ସର ଜିରିୟାଟ୍ରିକ ଡିପାର୍ଟମେଣ୍ଟରେ ଡାକ୍ତରଙ୍କ ଚିକିତ୍ସାରେ ରଖାଯାଇଛି । ଆଡଭାନୀଙ୍କ ସ୍ୱାସ୍ଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ସତର୍କତାମୂଳକ ପଦକ୍ଷେପ ଭାବରେ ଏମ୍ସରେ ଭର୍ତ୍ତି କରାଯାଇଛି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଲକେ ଆଡଭାନୀଙ୍କୁ ତାଙ୍କ ନିବାସକୁ ଯାଇ ଭାରତ ରତ୍ନ ପ୍ରଦାନ କରିଥିଲେ । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖଣ୍ଡ ଏବଂ ପୂର୍ବତନ ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ମଧ୍ୟ ଉପସ୍ଥିତ ଥିଲେ । ଆଡଭାନୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାକୁ ଦେଖି ତାଙ୍କ ନିବାସରେ ହିଁ ଭାରତ ରତ୍ନ ପ୍ରଦାନ କରାଯାଇଥିଲା ।