fbpx

ପୁଣି ଲଳିତ କଳା ଏକାଡେମୀର ସଭାପତି ହେଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଶ୍ୱବିଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୁନଃମନୋନୀତ କରାଯାଇଛି । ବାଲୁକା ଶିଳ୍ପୀ ଶ୍ରୀ ପଟ୍ଟନାୟକ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ୨୦୧୮ ମସିହାରୁ କାର୍ଯ୍ୟନିର୍ବାହ କରିଆସୁଥିଲେ । ତାଙ୍କର କାର୍ଯ୍ୟକାଳ ସରୁଥିବାରୁ ଆଗାମୀ ୩ ବର୍ଷ ପାଇଁ ତାଙ୍କୁ ଲଳିତ କଳା ଏକାଡେମୀର ସଭାପତି ରୂପେ କାର୍ଯ୍ୟନିର୍ବାହ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Get real time updates directly on you device, subscribe now.