ନୂଆଦିଲ୍ଲୀ: ପଞ୍ଚଭୂତରେ ବିଲୀନ ହେଲା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ପ୍ରାର୍ଥୀବ ଶରୀର । ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ନିଗମବୋଧ ଘାଟରେ ଶିଖି ରିତିନୀତି ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ଅନ୍ତିମ ସଂସ୍କାରରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହିତ ସୋନିଆ ଗାନ୍ଧୀ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଦେଇଥିଲେ । ଅନ୍ୟପଟେ ତାଙ୍କ ଝିଅ ଦମନ ସିଂ ଏବଂ ସ୍ତ୍ରୀ ଗୁରଶରନ କୌରଙ୍କ ମଧ୍ୟ ଉପସ୍ଥିତ ରହିଥିଲେ । ନିଜ ସିନ୍ଦୁରକୁ ଶେଷ ଦର୍ଶନ କରିଛନ୍ତି ସ୍ତ୍ରୀ । ଡକ୍ଟର ମନମୋହନ ସିଂଙ୍କୁ ତୋପସଲାମୀ ଦିଆଯାଇଛି । ୩ ସେନା ପକ୍ଷରୁ ତୋପ ସଲାମୀ ଦିଆଯାଇଛି ।
ଗୁରୁବୀର ରାତିରେ ଭୁବନେଶ୍ବରରଏମ୍ସରେ ସେ ଶେଷନିଶ୍ବାସ ତ୍ୟାଗ କରିଥିଲେ । ଭାରତୀୟ ଜାତୀୟ କଂଗ୍ରେସର ସଦସ୍ୟ ଥିବା ସିଂହ ଭାରତର ପ୍ରଥମ ଶିଖ୍ ପ୍ରଧାନମନ୍ତ୍ରୀ ଥିଲେ। ସକାଳୁ ମନମୋହନଙ୍କ ପାର୍ଥିବ ଶରୀରକୁ ଶୋଭାଯାତ୍ରାରେ କଂଗ୍ରେସ ମୁଖ୍ୟାଳୟକୁ ନିଆଯିବା ସହ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା। ବିଶାଳ ଶୋଭାଯାତ୍ରାରେ ନିଗମବୋଧ ଘାଟକୁ ପାର୍ଥିବ ଶରୀର ନିଆଯାଇଥିଲା। ସେଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ହୋଇଛି । ଆଜି ନେତାଙ୍କୁ ଝୁରୁଛି ସାରା ଦେଶ ଏବଂ ସମର୍ଥକଙ୍କ ଅଶ୍ରୁରେ ଭିଜିଲା ନିଗମାବୋଧ ଘାଟ ।