fbpx

ମାର୍ଚ୍ଚ ୩୧ରେ ଆଡଭାନୀଙ୍କୁ ‘ଭାରତ ରତ୍ନ’ ପ୍ରଦାନ କରିବେ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ମାର୍ଚ୍ଚ ୩୧ ତାରିଖରେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ ‘ଭାରତ ରତ୍ନ’ ପୁରସ୍କାରରେ ସମ୍ମାନିତ କରିବେ । ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ନଥିବାରୁ ତାଙ୍କ ବାସଭବନକୁ ଯାଇ ରାଷ୍ଟ୍ରପତି ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିବେ । ଭାରତ ରତ୍ନ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ହୋଇଥିବା ବେଳେ ସାର୍ବଜନିକ ସେବା, ସାହିତ୍ୟ, ବିଜ୍ଞାନ ଓ କଳା ପରି ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ ।

ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ଶ୍ରୀ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ବିଜେପିର ଅନେକ ବରିଷ୍ଠ ନେତା ସାମିଲ ହେବାର ସମ୍ଭାବନା ରହିଛି । ମାର୍ଚ୍ଚ ୩୧ ସକାଳ ୧୧.୩୦ ସମୟରେ ଆଡଭାନୀଙ୍କୁ ତାଙ୍କ ବାସଭବନରେ ଏହି ସମ୍ମାନରେ ସମ୍ମାନିତ କରାଯିବ ବୋଲି ଜଣାପଡ଼ିଛି । ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ ନେଇ ଘୋଷଣା ହେବା ପରେ ସେ ଭାବୁକ ହୋଇପଡ଼ିଥିଲେ ।

ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ ନେଇ ଗତ ଫେବୃଆରୀ ମାସ ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଥିଲେ । ଦେଶର ବିକାଶରେ ଆଡଭାନୀଙ୍କର ଅଶେଷ ଅବଦାନ କରିଛି । ସେ ସମାଜର ସାଧାରଣ ସ୍ତରରୁ ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ତାଙ୍କର ସଂସଦୀୟ କାର୍ଯ୍ୟକଳାପ ସର୍ବଦା ଅନ୍ୟମାନଙ୍କ ପାଇଁ ଅନୁକରଣୀୟ ହୋଇ ରହିବ ବୋଲି ମୋଦୀ କହିଥିଲେ ।

Get real time updates directly on you device, subscribe now.