fbpx

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଇତିମଧ୍ୟରେ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଥିବା ଜଣାପଡ଼ିଛି । ଲଘୁଚାପ ଆଣ୍ଡାମାନ ସାଗରରେ ଦୃଶ୍ୟମାନ ହୋଇଥିବା ବେଳେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ ବୋଲି ଅନୁମାନ କରାଯାଉଛି । ତେବେ ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଲଘୁଚାପ କ୍ଷେତ୍ର ସହିତ ସମ୍ମିଳିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ନିମ୍ନସ୍ତରରୁ ମଧ୍ୟବର୍ତ୍ତୀ ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପି ଯାଇଛି । ଏହି ଲଘୁଚାପ କ୍ଷେତ୍ର ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ତା’ପରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଆସନ୍ତା ୧୦ ତାରିଖରେ ଏହି ଅବପାତ ସାମୁଦ୍ରି ବାତ୍ୟାର ରୂପ ନେବ ବୋଲି ଆଶଙ୍କା କରାଯାଉଛି ।

ତେବେ ବାତ୍ୟା କ୍ରମଶଃ ଉତ୍ତର-ପଶ୍ଚିମ ଦିଗ ଆଡ଼କୁ ଗତି କରି ୧୦ ତାରିଖ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ବାତ୍ୟା ସ୍ଥଳଭାଗର କେଉଁ ସ୍ଥାନରେ ମାଡ଼ ହେବ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁ । ସ୍ଥଳଭାଗରେ ପହଞ୍ଚିବା ପରେ ବାତ୍ୟାର ବେଗ କେତେ ରହିବ ତାହା ମଧ୍ୟ ଆକଳନ କରାଯାଇ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡିର )ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

Get real time updates directly on you device, subscribe now.