fbpx

୧୫ରେ ଆସୁଛି ଲଘୁଚାପ! ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଆସନ୍ତା ୧୫ରୁ ୧୭ ତାରିଖ ଯାଏଁ ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । କାରଣ ୧୫ ତାରିଖ ପରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ତାହା ଲଘୁଚାପ ରୂପ ନେଇପାରେ । ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଆନ୍ଧ୍ର, ତେଲେଙ୍ଗାନା ଓ ଛତିଶଗଡ଼ରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ, ଜୁନ୍ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟର ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡା, କୋରାପୁଟରେ ବର୍ଷା ନିଅଣ୍ଟିଆ ନାହିଁ । ଭଦ୍ରକ, ଯାଜପୁର, କେନ୍ଦୁଝର, ବଲାଙ୍ଗିର, କଳାହାଣ୍ଡିରେ ବେଶି ନିଅଣ୍ଟିଆ ବର୍ଷା ହୋଇଛି । ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ନିଅଣ୍ଟିଆ ସ୍ଥିତି ଲାଗିରହିବ ।

 

Get real time updates directly on you device, subscribe now.