fbpx

୧୯ ରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର:୧୮ରେ ଘୂର୍ଣ୍ଣିବଳୟ, ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ। ୧୮ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଉତ୍ତର ପଶ୍ଚିମ ତଥା ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ମିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ସେହି ଅଞ୍ଚଳରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଏବଂ ୧୯ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ୧୮ ତାରିଖରେ ପ୍ରବଳବର୍ଷା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ମୌସୁମୀ ନିମ୍ନ-ଚାପ ରେଖା ଆଜି ରାଜସ୍ଥାନର ବିକେନାରରୁ ବାହାରି ନାରନୁଲ, ମଧ୍ୟ ଉତ୍ତର-ପ୍ରଦେଶ ଅଞ୍ଚଳରେ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ର, ପାଟନା ଏବଂ ଦିଘା ଠାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ୧୯ତାରିଖରେ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ରେ ବଢିବ ବର୍ଷାର ପରିମାଣ। ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ମୌସୁମୀ ଏବେ ଦୁର୍ବଳ ହେବା ପରେ କମିଛି ବର୍ଷା । ରାଜ୍ୟରେ ଜୁନ ୧ରୁ ଏଯାଏ ୧୦୯୧.୨ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୪ ପ୍ରତିଶତ ଅଧିକ । ଏଯାଏ ୫ ଜିଲ୍ଲାରେ ସ୍ୱାଭାବିକଠୁ ଅଧିକ ବର୍ଷା ହୋଇଥିବା ବେଳେ ଅନ୍ୟ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

Get real time updates directly on you device, subscribe now.