fbpx

ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳନ ସମାରୋହ

ଭୁବନେଶ୍ୱର, ୫ା୩(ଓଡ଼ିଶା ଭାସ୍କର): ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଦ୍ୱାରା ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆଜି ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି, ଅର୍ଥମନ୍ତ୍ରୀ, ଯୋଜନା ଓ ସମନ୍ୱୟ ମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ଅନ୍ୟାନ୍ୟ ସଦସ୍ୟ, ସମସ୍ତ ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ବିଭାଗୀୟ ଶାସନ ସଚିବ ଏବଂ ଅନ୍ୟାନ୍ୟ ସରକାରୀ ପଦାଧିକାରୀମାନେ ଉପସ୍ଥିତ ରହିଥିଲେ । ସେଠାରେ ମୁଖ୍ୟମନ୍ତ୍ରୀ ଗ୍ରାମାଞ୍ଚଳ ଯୋଗ୍ୟ ୨୦ଲକ୍ଷ ପରିବାରଙ୍କୁ ପକ୍କାଘର ଯୋଗ୍ୟତା କାର୍ଡ଼ ଅଧିକାର ପତ୍ର ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୯ଜଣ ହିତାଧିକାରୀଙ୍କୁ ପକ୍କାଘର ଯୋଗ୍ୟତା କାର୍ଡ଼ ଅଧିକାର ପତ୍ର ବଣ୍ଟନ କରିଥିବା ସୂଚନା ମିଳିଛି ।

Get real time updates directly on you device, subscribe now.