fbpx

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଭୋର ୩ ଟାରୁ ଭକ୍ତଙ୍କ ଲମ୍ବା ଧାଡ଼ି, ସୁରକ୍ଷା ପାଇଁ ୩୨ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆଜି ପ୍ରଭୂ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେଉଛି। ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଭୋର ୩ ଟାରୁ ଧାଡି ଲଗେଇ ଛିଡ଼ା ହୋଇଛନ୍ତି। ସାଧାରଣ ଲୋକଙ୍କୁ ମୁଖ୍ୟ ଦ୍ୱରା ଦେଇ ପ୍ରବେଶ କରୁଥିବା ବେଳେ ସେବାୟତ ପରିବାର ଲୋକେ ପୂର୍ବ ଦ୍ୱାରା ଦେଇ ପ୍ରବେଶ କରି ଦର୍ଶନ କରୁଛନ୍ତି। ଚଳିତ ବର୍ଷ ଲିଙ୍ଗରାଜଙ୍କ ଜାଗରଯାତ୍ରା ପାଇଁ ୩୨ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ରହିବେ।

କଣ୍ଟ୍ରୋଲ ରୁମ ଜରିଆରେ ସୁରକ୍ଷା ଯାଞ୍ଚ ପାଇଁ ବ୍ୟବସ୍ଥା କରାଯାଇଛି। ମନ୍ଦିର ଭିତର, ବାହାର, ପାର୍କିଂ ସିସିଟିଭି ସର୍ଭିଲାନ୍ସରେ ରହିବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିରକୁ ପ୍ରବେଶ କରିବେ। ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଗାଡି ରଖିବା ପାଇଁ ୧୬ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ୧୦ଟାରେ ମହାଦୀପ ଉଠିବ। ଏହାପରେ ଭକ୍ତମାନେ ରାତି ୧୦ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ କରିପାରିବେ। ଶନିବାର ରାତି ୩ଟାରୁ ପ୍ରଭୁ ଲିଙ୍ଗରାଜଙ୍କର ମଙ୍ଗଳ ଆଳତୀ ଓ ଅବକାଶ ନୀତି କରାଯିବ। ଏହାପରେ ଭୋର ସାଢେ ୩ଟାରୁ ୧୧ଟା ଯାଏଁ ସାହାଣ ମେଲାଦର୍ଶନ ହେବ । ଦିନ ୧୨ଟାରେ ମହାସ୍ନାନ ହେବ।

ଏହାପରେ ଅପରାହ୍ନ ୩.୪୫ରୁ ୪.୪୫ ପର୍ଯ୍ୟନ୍ତ ଘଣ୍ଟାଏ ଧରି ସାହାଣମେଲା ଦର୍ଶନ ହେବ। ତେବେ ସନ୍ଧ୍ୟା ୭ଟାରେ ଶ୍ରୀଜୀଉଙ୍କ ପହୁଡ ପଡିବ । ଏହାପରେ ସନ୍ଧ୍ୟା ୭ଟା ୧୦ରୁ ୭ଟା ୩୦ ମଧ୍ୟରେ ସନ୍ଧ୍ୟା ଆଳତୀ ଓ ଟେରାଫିଟା ହେବ । ରାତି ୮ଟା ୫୫ରୁ ୧୦ ଟା ପର୍ଯ୍ୟନ୍ତ ସନ୍ଧ୍ୟା ଧୂପ ଓ ତୀର୍ଥ ଜଳ ଆନୟନ କରାଯିବ । ସୂଚନା ମୁତାବକ ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ । ମହାଦୀପ ଉଠିବ ପରେ ଆଉ ଏକ ଘଣ୍ଟା ଧରି ଭକ୍ତମାନେ ସାହାଣମେଲା ଦର୍ଶନ କରିବେ । ଏହାପରେ ଚାରିପ୍ରହର ପୂଜା, ହରିହର ଭେଟ ହେବ ଶେଷରେ ବଡସିଂହାର ବେଶ ହେଇ ପହୁଡ ପଡିବ । କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.