fbpx
BJD SKY
BJD SKY

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଓଡ଼ିଶାର ସବୁଠାରୁ ଦୀର୍ଘତମ ସେତୁ ଉଦଘାଟିତ

BJD

କଟକ(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁରଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ । ଏହା ରାଜ୍ୟର ପ୍ରଥମ T ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବି ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏହି ବହୁ ଆକାକ୍ଷିତ ସେତୁର ଉଦଘାଟନ ହୋଇଛି, ଯାହାକି ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।

ସେତୁ ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ଵରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ଵାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ୱ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ। ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.