ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ।
୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସମ୍ଭାବନା । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ବିଭିନ୍ନ ଅଞ୍ଚଳରେ ବର୍ଷା ହେବ ।
ଲଘୁଚାପ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । 8ରୁ 14 ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ।
୭ ଜିଲ୍ଲାରେ କାଳବୈଶାଖୀ ହେବାର ପୂର୍ବାନୁମାନ କରାଯାଇଥିଲା । ଏହି ୭ଟି ଜିଲ୍ଲାଗୁଡ଼ିକ ଥିଲା – କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ବରଗଡ଼, ଦେବଗଡ଼ ଓ ନବରଙ୍ଗପୁର ।