fbpx

୪୮ ଘଣ୍ଟା ମଧ୍ୟରେ ଅଧିକ ଘନିଭୂତ ହୋଇ ଅବପାତର ରୂପ ନେବ ଲଘୁଚାପ: ଦୁଇଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌) : ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ପୂର୍ବ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘନିଭୂତ ହୋଇ ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ୧୨ ଓ ୧୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର.ବିଶ୍ୱାସ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୧୨ ଓ ୧୩ ତାରିଖ ଦିନ ସମୁଦ୍ର ମଧ୍ୟକୁ ନ ଯିବାପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.