fbpx

ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ ଘୁର୍ଣ୍ଣିବଳୟ: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଉତ୍ତର-ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୁର୍ଣ୍ଣିବଳୟ ପ୍ରଭାବରେ ଶନିବାର ଉତ୍ତର-ପଶ୍ଚିମ ତ୍ତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗ ପୂର୍ବାନୁମାନ କରିଚି ଯେ, , ଶୁକ୍ରବାର ରାତିରୁ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ । ଶନିବାର ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜାଗାରେ ବର୍ଷା ହେବ । ଉତ୍ତର ଓଡ଼ିଶାର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷିପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଏହାବାଦ୍‌ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ରବିବାର ମଧ୍ୟ ବର୍ଷା ଲାଗି ରହିବ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ମାତ୍ର ସୋମବାରଠାରୁ ବର୍ଷା ପରିମାଣ କ୍ରମଶଃ କମିବ।

Get real time updates directly on you device, subscribe now.