fbpx

ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହେବା ସମ୍ଭାବନା: ଓଡ଼ିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା,୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର):  ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟିହୋଇ ସାରିଛି । ରବିବାରକୁ ଏହା ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ପ୍ରକୋପ ବଢ଼ିପାରେ । ୧୨ ତାରିଖ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛିୀ। ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ । ୧୩ ଓ ୧୪ରେ ବି ବର୍ଷା ହେବ । ମାତ୍ର ଏହି ଲଘୁଚାପ ମୁଖ୍ୟତଃ ରାଜ୍ୟ ଅଧିକ ବର୍ଷା କରାଇବ । ଅନ୍ୟପଟେ ପୁଣି ଆଉ ଏକ ଲଘୁଚାପ ୧୮ ତାରିଖବେଳକୁ ହୋଇପାରେ ପାଣିପାଗ ବିଶେଷଜ୍ଞ ଅନୁମାନ କରିଛନ୍ତି।

ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ରବିବାର ସକାଳ ସୁଦ୍ଧା ଏହି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି ।୧୯ ଜିଲ୍ଲାରୁ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ଟି ଜିଲ୍ଲାଗୁଡିକ ମଧ୍ୟରେ ରହିଛି- କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀ।

ସେହିପରି ଅନ୍ୟ ୧୪ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୧୪ ଟି ଜିଲ୍ଲାଗୁଡିକ ହେଉଛି- ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା । ରବିବାର ସକାଳ ୮ଟା ୩୦ ସୁଦ୍ଧା ଏହି ସବୁ ଜିଲ୍ଲାର ଲୋକେ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.