fbpx

ଘୁର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକାରେ ଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏଥିଯୋଗୁଁ ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଢ଼େଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

ସେହିପରି ୨୩ ତାରିଖ ମଧ୍ୟରେ ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.