fbpx

ସକ୍ରିୟ ହୋଇଛି ଲଘୁଚାପ : ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

Advertisement

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଲଘୁଚାପ । ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୩ ଦିନ ଧରି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି । ଏହା ସହିତ ୮ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ, ବୈଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକରେ ୭ ରୁ ୨୦ ମିମି ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରାଯାଇଛି । ବର୍ଷା ସମୟରେ ଘରୁ ନ ବାହାରିବାକୁ ସତର୍କ ସୂଚନା ଦିଆଯାଇଛି ।

ସେହି ପରି ଆଉ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ୧୫ ତାରିଖ ପରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି । ରାଜ୍ୟରେ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଛି ।

Get real time updates directly on you device, subscribe now.