ପ୍ରବଳ ନାଦିବ: ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି, ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ
ସକ୍ରିୟ ହେଲାଲଘୁଚାପ, ପ୍ରବଳ ବର୍ଷିବ
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ। ଆଗାମୀ ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ। ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପ ନେବ ବୋଲି ସମ୍ଭାବନା ରହିଛି।
ଲଘୁଚାପ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୪୮ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ। ଏହି ପ୍ରଭାବରେ ଆଜିଠୁ ଓଡ଼ିଶାରେ ପ୍ରବଳର ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର-ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ।
ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ତାରିଖ ଯାଏଁ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ବିଜୁଳି, ଘଡଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଭୀଷଣ ବର୍ଷା ପାଇଁ ଦୁଇ ଜିଲ୍ଲା ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ବିଜୁଳି, ଘଡଘଡି ସହ ଅତିପ୍ରବଳ ବର୍ଷା ପାଇଁ ୮ ଜିଳ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ୨୮ ତାରିଖ ପରଠୁ କମିବ ବର୍ଷା ପରିମାଣ ।