fbpx
BSKY
BJD SHG SKY
BJD YOUTH SKY

କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ: ଏହି ଜିଲ୍ଲାଗୁଡିକରେ ଆଜି ହେବ ବର୍ଷା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ପାଶ୍ୱର୍ବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଆଜିସୁଦ୍ଧା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଏହି ଅବପାତ ଉତ୍ତର-ପୂର୍ବ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହୋଇ ବାଂଲାଦେଶ ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆଜି ଗଞ୍ଜାମ, ପୁରୀ, କେନ୍ଦ୍ରାପଡା ଓ ଜଗତ୍‍ସିଂହପୁର ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଏ ନେଇ ପାଣିପାଗ କେନ୍ଦ୍ର ଏହି ୪ ଜିଲ୍ଲା ପାଇଁ କୌଣସି ୱାର୍ଣ୍ଣିଂ ଜାରି କରିନାହିଁ। ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳକୁ ମତ୍ସ୍ୟଜୀବୀମାନଙ୍କ ପ୍ରବେଶ ନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ସମ୍ପୂର୍ଣ୍ଣ ନିର୍ମଳ ରହିବ।

Get real time updates directly on you device, subscribe now.