ଓଡ଼ିଶା: ୧୩ ତାରିଖରେ ଲଘୁଚାପ ସମ୍ଭାବନା। ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଘୂର୍ଣ୍ଣିବଳୟର ପ୍ରଭାବ ରହିଛି।
ଯାହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଆଡକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଆକଳମ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏହାସହ ପାଖାପାଖି ୨୩ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ତାସହ ଆସନ୍ତାକାଲି ପାଇଁ ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର।
ଜଗତସିଂହପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି।