ବର୍ଷା କ’ଣ ଦେଖିଲେଣି.. ଆହୁରି ନାଦିବ, ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷାର ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ।
ଏହାରି ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, ସମ୍ବଲୁପର, କେନ୍ଦୁଝର ଓ ମୟୁରଭଞ୍ଜରେ ହେବ ପ୍ରବଳ ବର୍ଷା ।
ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।