fbpx

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ତା’ର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳ ଜିଲ୍ଲାଗୁଡିକ ସମେତ ନୟାଗଡ଼, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ । କାଲି ଅତିପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ ଓ ୬ ତାରିଖରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୪ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି।

Get real time updates directly on you device, subscribe now.