fbpx

ଲଘୁଚାପ କ୍ଷେତ୍ର ସୃଷ୍ଟି: ୪ଦିନ ଯାଏଁ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ଦିନ ଯାଏଁ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏବେ ଲଘୁଚାପ ଆନ୍ଧ୍ରର ଉତ୍ତର ଉପକୂଳ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ତେଣୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବ । ତେବେ ପୁରୀ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ହେବ ବୋଲି ପୂର୍ବାନୁମାନ ହୋଇଛି । ତେଣୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛନ୍ତି । ଆସନ୍ତା ୨୦ ତାରିଖରେ ବର୍ଷାର ପରିମାଣ କମିବ । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ।

Get real time updates directly on you device, subscribe now.