Breaking: ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ ସୃଷ୍ଟ ଲଘୁଚାପ

୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବ ଲଘୁଚାପ।

ଭୁବନେଶ୍ୱର:  ୨୪ ଘଣ୍ଟାରେ  ଅବପାତ। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ ହୋଇଛି।  ଏହି ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ। ଉତ୍ତର ଦିଗକୁ ଗତି କରି ଅବପାତରେ ପରିଣତ ହେବ।

ଯାହା ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି।  ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ହେବାର ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ପବନ ବହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଲା କଟକ, ଜଗତସିଂହପୁର, ପୁରୀ, ରାୟଗଡ଼ା ଓ କୋରାପୁଟ। ଏହିସବୁ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ କହିଛନ୍ତି SRC। ଏସବୁ ଭିତରେ ଓଡ଼ିଶାରେ ଏଥର ଅଧିକ ବର୍ଷା ହେବ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।