ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ, 19 ଜିଲ୍ଲାରେ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ 48 ଘଣ୍ଟାରେ ଆହୁରି ଘନିଭୂତ ହେବ ।

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ 48 ଘଣ୍ଟାରେ ଆହୁରି ଘନିଭୂତ ହେବ । ଅଧିକ ଘନିଭୂତ ହେବା ପାଇଁ ଅନୁକୂଳ ରହିଛି ପାଗ । ଏହାର ପ୍ରଭାବରେ ଆଜିଠୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର-ଅଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷିବ । 26 ତାରିଖ ଯାଏଁ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅତିପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ହୋଇଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ସେହିପରି ବିଜୁଳି, ଘଡଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଭୀଷଣ ବର୍ଷା ପାଇଁ ଦୁଇ ଜିଲ୍ଲା ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବିଜୁଳି, ଘଡଘଡି ସହ ଅତିପ୍ରବଳ ବର୍ଷା ପାଇଁ ୮ ଜିଳ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ୨୮ ତାରିଖ ପରଠୁ କମିବ ବର୍ଷା ପରିମାଣ ।