ସାବଧାନ! ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସ୍ଥାନରେ ହେବ ପ୍ରବଳ ବର୍ଷା
ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ।
ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଏହା ୨ରୁ ୩ ଦିନ ଯାଏଁ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା 3 ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ପ୍ରକାଶଥାଉକି, ରାଜ୍ୟରେ କିଛି ଦିନ ହେବ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ମଧ୍ୟ ଦେଖାଦେଇଛି । ଏହାରି ଭିତରେ ଆଜି ବର୍ଷା ନେଇ ଅନେକ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।
ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲାକୁ ବର୍ଷା ନେଇ ଆଲର୍ଟ କରାଯିବା ସହିତ ପବନ ମଧ୍ୟ ବୋହିପାରେ ବୋଲି କୁହାଯାଇଛି ।
ଆସନ୍ତା ଦୁଇଦିନ ଯାଏଁ ଭଦ୍ରକରୁ ଗଞ୍ଜାମ ଯାଏଁ ଉପକୂଳ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି କୁହାଯାଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ଦେବଗଡ଼ରେ ମଧ୍ୟ 8 ତାରିଖରେ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।
ସେହିପରି 9 ତାରିଖରେ ପଶ୍ଚିମ ଓଡ଼ିଶାର ସମ୍ବଲପୁରରୁ କଳାହାଣ୍ଡି ଯାଏଁ ମଧ୍ୟମ ଧରଣର ବର୍ଷା ହୋଇପାରେ ।