fbpx

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପାଣିପାଗ ବିଭାଗର ସୂଚନା

Advertisement

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ଏହାର ପ୍ରଭାବରେ ରାଜ୍ୟରେ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୮ ତାରିଖ ପାଇଁ ଗଜପତି, ଗଞ୍ଜାମ, ପୁରୀ, କୋରାପୁଟ, ରାୟଗଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ସୂଚନା ଜାରି କରାଯାଇଥିବାବେଳେ ମାଲକାନାଗିରି, କଳାହାଣ୍ଡି, ନୟାଗଡ଼, କନ୍ଧମାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୯ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୩ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିଭଳି ୯ରୁ ୧୦ ତାରିଖ ମଧ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଶ୍ରୀ ଦାସ କହିଛନ୍ତି ।

ସେହିଭଳି ଉପକୂଳ ଓଡ଼ିଶାର ୮ଟି ଜିଲ୍ଲା ସମେତ ଦକ୍ଷିଣ- ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୯ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୧୦ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ଜାରି ରହିବ । ତେବେ ଏସବୁ ଭିତରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଯଦି ଏହା ଅବପାତର ରୂପ ନିଏ ତେବେ ବର୍ଷା ସହ ପୁଣି ଥରେ ରାଜ୍ୟରେ ବନ୍ୟା ପରିସ୍ଥିତି ଦେଖାଦେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.