fbpx

ବଙ୍ଗୋପସାଗର ସୃଷ୍ଟି ହେଲା ଲଘୁଚାପ: ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୁପନେବା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପନେବାର ସମ୍ଭାବନା । ବାଂଲାଦେଶ ଓ ମିଆଁମାର ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । କ୍ରମେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଗାମୀ ୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି । ଏପରିକି ୨୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ଓଡ଼ିଶାରେ ପାଣିପାଗ ବିଭାଗର ସୂଚନା ଏହି ଲଘୁଚାପର ପ୍ରଭାବ ଅଧିକ ରହିବାର ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ସମ୍ଭାବନା ଦେଖାଦେଇଛି । ସେହିଭଳି ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ଥିବା ସେ ସୂଚନା ଦେଇଛନ୍ତି । ୧୯ ତାରିଖ ପାଇଁ ଉପକୂଳବର୍ତ୍ତୀ ଓ ପଶ୍ଚିମ ଓଡ଼ିଶାର ୧୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଉପକୂଳ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଝାରୁସୁଗୁଡ଼ା ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେହିପରି ୧୯ ଓ ୨୦ ତାରିଖରେ ବର୍ଷାର ପ୍ରଭାବ ସର୍ବାଧିକ ରହିବ ବୋଲି ଶ୍ରୀ ଦାସ କହିଛନ୍ତି । ପ୍ରବଳ ବର୍ଷା କାରଣରୁ ତଳି ଅଞ୍ଚଳରେ ପାଣି ଜମିବା ସହ ଚାଷଜମିଗୁଡ଼ିକ ଜଳପ୍ଲାବିତ ହେବାର ସମ୍ଭାବନା ରହିଛି । ଏପରିକି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବା ନେଇ ସୂଚନା ମଧ୍ୟ ଦିଆଯାଇଛି । ଏହି ସମୟରେ ଜମିରେ ସାର ପ୍ରୟୋଗ ପାଇଁ ଚାଷୀଙ୍କୁ ବାରଣ କରାଯାଇଛି । ୧୯ ଓ ୨୦ରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି । ୧୯ ଓ ୨୦ ତାରିଖରେ ବର୍ଷାର ପ୍ରଭାବ ସର୍ବାଧିକ ରହିବ । ଏପରିକି ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ୧୯ ତାରିଖରେ ଅତ୍ରିବଳ ବର୍ଷାପାଇଁ ୧୦ ଜିଲ୍ଲା ଏବଂ ପ୍ରବଳ ବର୍ଷା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସତର୍କତା ଅବଲମ୍ବନ କରିବାକୁ ପାଣିାଗ ବିଭାଗ ପକ୍ଷରୁ ସଂପୃକ୍ତ ଜିଲ୍ଲାର ଅଧିବାସୀଙ୍କୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.