ଆସନ୍ତାକାଲିଠୁ ଲଘୁଚାପ ବର୍ଷା; ଏହି ଜିଲ୍ଲାରେ ପ୍ରବଳ କାଚିବ, ମତ୍ସଜୀବୀଙ୍କୁ ସମୁଦ୍ର ମନା

ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ ।

26ରୁ 37 ମି.ମି ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । 5 ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା 24 ରୁ 27 ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

ଆସନ୍ତା 24 ଘଣ୍ଟା ପାଇଁ 21 ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ନୂଆପଡା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଘଣ୍ଟାପ୍ରତି 30ରୁ 40କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଦେବଗଡ, ସୁନ୍ଦରଗଡ,ଅନୁଗୋଳ, ସମ୍ବଲପୁର, ଝାରସୁଗୁଡା, ବରଗଡ, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ଗଜପତି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଗୁରୁବାର ମୟୂରଭଞ୍ଜ ଓ ବାଲେଶ୍ଵରରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଦୁଇ ଜିଲ୍ଲାରେ 7ରୁ 11 ସେମି ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି ହୋଇଛି । ଏହି ସମୟରେ 30ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଉପକୂଳ ସମେତ ପାଶ୍ୱବର୍ତୀ 12 ଜିଲ୍ଲାକୁ ପ୍ରବଳ ବର୍ଷା ସହ ଅବଶିଷ୍ଟ ଜିଲ୍ଲାରେ ବିଜୁଳି ଘଡଘଡି ଓ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତା 25 ତାରିଖରେ 4 ଜିଲ୍ଲାରେ ପ୍ରବଳ ବର୍ଷା:

ଶୁକ୍ରବାର ଦିନ 4 ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବା ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ଣ୍ଣି ଜାରି କରାଯାଇଛି । 7ରୁ 20 ସେମି ବର୍ଷା ସହ 30ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ବାକି 26 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣି ଜାରି ହୋଇଛି ।

ସେହିପରି 27 ତାରିଖରେ 8 ଜିଲ୍ଲାରେ ମଧ୍ୟମଧରଣର ବର୍ଷା ହେବା ନେଇ ୟେଲୋ ଓ୍ବାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି ।