fbpx

୩୦ରେ ବଙ୍ଗୋପସାଗରରେ ଲଘୁଚାପ, ଉପକୂଳ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ୨୭ ତାରିଖରୁ ପାଗ ଶୁଖିଲା ରହିବ । କିନ୍ତୁ ୩୦ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା କରହିଛି । ପାଣିପାଗ ବିଭାଗ କହିବା ଅନୁସାରେ ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡା, ସୁନ୍ଦରଗଡ, ଦେବଗଡ, ବୈଦ୍ଧ, କନ୍ଧମାଳ ଜିଲ୍ଲାରେ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥି ପାଇଁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

 

ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର,ମୟୁରଭଞ୍ଜ, ଅନୁଗୁଳ ଢେଙ୍କାନାଳ ଜିଲ୍ଲା ଗୁଡିକରେ ବର୍ଷା ଏବଂ ବଜ୍ରପାତ ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି । ତେବେ ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୩୦ ତାରିଖରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।

Get real time updates directly on you device, subscribe now.