ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ; ୨ ଦିନ ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ନାଦିବ ବର୍ଷା, ଆଲର୍ଟ ଜାରି

ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । 2 ଦିନ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । 2 ଦିନ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। କିନ୍ତୁ  ୨୦ ତାରିଖ ଯାଏଁ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ୪୮ ଘଣ୍ଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ।  ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଜି ଏବଂ ୧୮ ତାରିଖରେ ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ  ।  ସେହିପରି ୧୯ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।