fbpx

ଅବପାତର ରୂପ ନେଇପାରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:୨ ।୫(ଓଡିଶା ଭାସ୍କର):ଦକ୍ଷିଣ ଅଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉକ୍ତ ଅଞ୍ଚଳରେ ଅଧିକ ସକ୍ରିୟ ହୋଇ ପରବର୍ତ୍ତି ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଯାହା ଆସନ୍ତା ୫ ତାରିଖ ଆଡକୁ ଉତ୍ତର-ଉତ୍ତରପଶ୍ଟିମ ଦିଗରେ ଗତି କରିବ । ତେବେ ଏଯାବତ ଓଡିଶା ପ୍ରତି ଏହାର ପ୍ରଭାବ ନଥିବା ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଅନ୍ୟପଟେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ କେଉଁଝର, ମୟୂରଭଂଜ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବାଲେଶ୍ବର ଜିଲ୍ଲାରେ ଘଡଘଡି ବର୍ଷା ସହ ବଜ୍ରପାତ ଏବଂ ୪୦ରୁ ୫୦ କିଲୋମିଟର ବେଗରେ ପବନବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୪ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ଭାବେ ବର୍ଷା ହେବା ସହ ୫ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.