fbpx

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୨୭ ଯାଏ ରାଜ୍ୟରେ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, (ଓଡିଶା ଭାସ୍କର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଳଘୁଚାପର ରୂପ ନେଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଫଳରେ ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ସହ ଆଜି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୧୬ ଜିଲ୍ଲାରେ ମଧ୍ୟରେ ରହିଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ସମ୍ବଲପୁର, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଦେବଗଡ଼ ।

ତେବେ ଆସନ୍ତା ୨୭ ତାରିଖରେ ଆଉ ଏକ ଲଘୁଚାପ ବଳୟ ଘନୀଭୂତ ହେବାର ସମ୍ଭାବନା ରହିଛି । ଲଘୁଚାପ ଘନୀଭୂତ ହେବାର ଆଶଙ୍କା କରିଛି ପାଣିପାଗ ବିଭାଗ । ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.