fbpx

ଆସନ୍ତା ୨୯ ତାରିଖ ଆଡ଼କୁ ଆଣ୍ଡାମାନ ସାଗରରେ ଲଘୁଚାପ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ଆସନ୍ତା ୨୯ ତାରିଖ ଆଡ଼କୁ ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେ ଧୀରେ ଅଧିକ ଘନୀଭୂତ ହେବା ସହ ପରବର୍ତ୍ତୀ ୪୮ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ ସେନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରେ ସୂଚନା ଦିଆଯିବ ।

ବର୍ତ୍ତମାନ ରାଜ୍ୟରେ ବର୍ଷାର ବିଶେଷ ସମ୍ଭାବନା ନାହିଁ । ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ । ରାଜ୍ୟରେ ଏବେ କିଛି କିଛି ସ୍ଥାନରେ କୁହୁଡ଼ି ଆରମ୍ଭ ହୋଇଯାଇଥିବା ବେଳେ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି ବୋଲି ପାଣିପାଗ ବିଭାଗ କହିଛି । ଅନ୍ୟପଟେ ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କୋରାପୁଟ ଓ ସୋନପୁର ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ଦେଖିବାକୁ ମିଳିଛି । ତେବେ ଆସନ୍ତା ୨ ଦିନରେ ରାଜ୍ୟର ରାତିର ତାପମାତ୍ରା ସର୍ବନିମ୍ନ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି କେନ୍ଦ୍ର କହିଛି ।

Get real time updates directly on you device, subscribe now.