fbpx

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ, ୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଆଜି ସକାଳେ ଲଘୁଚାପର ରୂପ ନେଇଛି। ଆଗାମୀ ୨ରୁ୩ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଦେଇ ଗତି କରିବ। ଆଗାମୀ ୨୪ ଘଣ୍ଟାରେ ଓ ଡ଼ିଶାରେ ବିସ୍ତୃତି ସହ ବର୍ଷା ହେବ। ଏହି ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସମ୍ଭାବନା ରହିଛି।

Get real time updates directly on you device, subscribe now.