fbpx

ବଙ୍ଗୋପସାଗରେ ସକ୍ରିୟ ହେଉଛି ଲଘୁଚାପ : ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପର କ୍ଷେତ୍ର । ଏହା ଘନିଭୂତ ହୋଇ ଆସନ୍ତା କାଲି ଅର୍ଥାତ ୨୬ରେ ଅବପାତର ରୂପ ନେବ । ଚଳିତ ମୌସୁମୀ ଋତୁରେ ପ୍ରଥମ ଅବପାତ ସୃଷ୍ଟି ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅବପାତର ପ୍ରଭାବରେ ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାା ହେବ । ୨୫ -୨୬ ସକାଳ ଯାଏଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଥିବା ବେଳେ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ।

ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଥିବା ବେଳେ, ଅନ୍ୟପଟେ କଟକ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଥିବା ବେଳେ ଅନ୍ୟ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣିଜମିବା ସମ୍ଭାବନା ରହିଛି । ଏହାଛଡା ଯାତାୟତ ବାଧାପ୍ରାପ୍ତ ହେବା ସହ ସହରରେ ଟ୍ରାଫିକ ସମସ୍ୟା ଦେଖା ଦେଇପାର ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି । ଲଘୁଚାପ ସହ ସକ୍ରିୟ ମୌସୁମୀ ପାଇଁ ୨୫ତାରିଖରୁ ୨୭ ତାରିଖ ଯାଏଁ ଘଣ୍ଟାପ୍ରତି ୪୫ରୁ ୫୫କିମି ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି।

Get real time updates directly on you device, subscribe now.