fbpx

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Advertisement

ଭୁବନେଶ୍ୱର: ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ସହ ପଶ୍ଚିମବଙ୍ଗ ଉପକୂଳରେ ସକ୍ରୀୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆହୁରୀ ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରବିବାର ଉତ୍ତର ଓଡ଼ିଶାର ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବଲାଙ୍ଗିର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରାଯାଇଛି । ତେବେ ଜୁଲାଇ ପ୍ରଥମ ସପ୍ତାହରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାପାଇଁ ମନା କରାଯାଇଛି ।

Get real time updates directly on you device, subscribe now.