fbpx

ଆଜି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା, ରାଜ୍ୟର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଆଜି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ସେହିପରି ଆସନ୍ତାକାଲିଠାରୁ ଗୁରୁବାର ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କାଲି ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୨୪ ତାରିଖରେ ଉତ୍ତର ଓଡି଼ଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ସେପଟେ ଆଜିଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.