୧୩ରେ ଲଘୁଚାପ, ୧୨ରୁ ପ୍ରବଳ ବର୍ଷା, ଅଶାନ୍ତ ରହିବ ସମୁଦ୍ର, ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ବର୍ଷା, ପବନ ସହ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଅଧିକ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ।

ଭୁବନେଶ୍ୱର: ପୁଣି ଆସୁଛି ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ।  ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ।

ଆସନ୍ତା ୧୩ ତାରିଖରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇପାରେ ବର୍ଷା। ବର୍ଷା, ପବନ ସହ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଅଧିକ ରହିଛି। ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ସମ୍ଭାବନା ରହିଛି।

କେବଳ ସେତିକି ନୁହେଁ ୧୨ ଓ ୧୩ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମଧ୍ୟ ବାରଣ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।