ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ପାରାଦ୍ବୀପଠାରୁ 190 କିମି ଦୂରରେ କେନ୍ଦ୍ରୀଭୂତ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଅବପାତର ରୂପ ନେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ ।

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଅବପାତର ରୂପ ନେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ  ହୋଇଥିବା ସୂଚନା ମିଳିଛି । ପାରାଦ୍ବୀପଠାରୁ 190 କିମି ଦୂରରେ ଏହା କେନ୍ଦ୍ରୀଭୂତ ହୋଇଛି । ଅବପାତ ଉତ୍ତର ଆଡକୁ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି IMD ପକ୍ଷରୁ କୁହାଯାଇଛି । ତେବେ ଏହାର ପ୍ରଭାବରେ ରାଜ୍ୟରେ ପାଗ କୋହଲା ରହିଥିବା ବେଳେ କିଛି ଜିଲ୍ଲାରେ ବର୍ଷା ହୋଇଛି ।

ସେପଟେ ଆଜି ପ୍ରବଳ ବର୍ଷା ନେଇ 4 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ଅଧିକାଂଶ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା । ଏହି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି ।