fbpx

(Video) ଅବପାତରେ ପରିଣତ ହେଲା ଲଘୁଚାପ: ଓଡ଼ିଶାର ସମସ୍ତ ବନ୍ଦରକୁ ଆର୍ଲଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଭୁବନେଶ୍ୱରଠାରୁ ଉତ୍ତର ଉତ୍ତରପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ହୋଇ ରହିଛି ଅବପାତ । ଏବେ ପଶ୍ଚିମ-ଉତ୍ତର-ପଶ୍ଚିମକୁ ଗତି କରୁଛି । ଏହା ଛତିଶଗଡ଼ ଆଖପାଖରେ ଦୁର୍ବଳ ହେବ ।

ଅବପାତ ପ୍ରଭାବରେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅବପାତ ପ୍ରଭାବରେ ଓଡ଼ିଶାର ସମସ୍ତ ବନ୍ଦରକୁ ଆର୍ଲଟ କରାଯାଇଛି । ପାରଦୀପ, ପୁରୀ, ଚାନ୍ଦବାଲି, ଗୋପାଳପୁରକୁ ଆର୍ଲଟ କରାଯାଇଥିବା ବେଳେ ୩ ନମ୍ବର ବିପଦ ସଂକେତ ଜାରି ହୋଇଛି ।

ଅନ୍ୟପଟେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିାଇଁ ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ୩ ଜିଲ୍ଲା ହେଲା ଗଜପତି, ଗଞ୍ଜାମ ଓ କଳାହାଣ୍ଡି । ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି । ସେହିଭଳି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ।

Get real time updates directly on you device, subscribe now.