School Closed: ଅବପାତର ରୂପ ନେଲା ଲଘୁଚାପ; ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ, ୩ ଜିଲ୍ଲାକୁ ରେଡ୍ ଆଲର୍ଟ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଲା । ପ୍ରଭାବରେ ରାଜ୍ୟରେ ଆହୁରି ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଏହାକୁ ଦୃଷ୍ଟି ରଖି ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ।
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଲା । ଗୋପାଳପୁର ଠାରୁ ୧୩୦ କିଲୋମିଟର ଦୂରରେ ଉତ୍ତରପଶ୍ଚିମ ଓ ପାଶ୍ବବର୍ତ୍ତୀ ପଶ୍ଚିମ-ମଧ୍ୟ ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟରେ ଅବପାତରେ ପରିଣତ ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆହୁରି ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ।
ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ମାଲକାନଗିରି, କୋରାପୁଟ ଓ କଳାହାଣ୍ଡିକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ୧୪ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ହେବ ।
ସେପଟେ ଭୀଷଣ ବର୍ଷାକୁ ଆଖିଆଗରେ ରଖି ଏହି 3 ଜିଲ୍ଲାର ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କଲେ ସରକାର । ଗଞ୍ଜାମ, କୋରାପୁଟ ଓ ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି ରହିବ । ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ଭିଡିଓ କନଫରେନ୍ସ ଜରିଆରେ ସ୍ଥିତି ସମୀକ୍ଷା କରିଥିଲେ
ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସ୍କୁଲ୍ ଛୁଟି କରାଯାଇଛି । କିନ୍ତୁ ଶିକ୍ଷକମାନେ ସ୍କୁଲ୍ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ଜିଲ୍ଲାପାଳ । ଆବଶ୍ୟକ ହେଲେ ଲୋକଙ୍କୁ ସ୍କୁଲରେ ଆଶ୍ରୟ ଦିଆଯିବ ।
ସେପଟେ ପ୍ରବଳ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହେବା ଆଶଂକା ରହିଛି । ଏହାର ମୁକାବିଲାପାଇଁ ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର । ଗତକାଲି ପ୍ରସ୍ତୁତି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ଅଧିକ ପ୍ରଭାବିତ ହେବାକୁ ଥିବା ୧୭ ଜିଲ୍ଲାରେ ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ କରାଯାଇଛି ।
ଆସନ୍ତା ୩୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପ୍ରଭାବରେ ୧ ତାରିଖରେ ଉତ୍ତର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ।