fbpx

ଆସନ୍ତା ୬ ଓ ୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ୱର: ନିଅଣ୍ଟିଆ ବର୍ଷା କାରଣରୁ ହନ୍ତସନ୍ତ ହେଉଛନ୍ତି ଚାଷୀ । ତେବେ ଏହାରି ଭିତରେ ସେମାନଙ୍କ ପାଇଁ ଏକ ଭଲ ଖବର । ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୬ ଓ ୭ ତାରିଖ ଭଲ ବର୍ଷା ହେବ । ଅଗଷ୍ଟ ତୁଳନାରେ ସେପ୍ଟେମ୍ବରରେ ଭଲ ବର୍ଷା ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

 

Get real time updates directly on you device, subscribe now.