fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାଶ୍ୱର୍ବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଅଛି । ଅନ୍ୟପକ୍ଷରେ ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗିର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Get real time updates directly on you device, subscribe now.