fbpx

ଜାଗର ପାଇଁ ଶିବମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି

ଭୁବନେଶ୍ୱର,୨୧ ।୨(ଓଡିଶା ଭାସ୍କର): ଆଜି ହେଉଛି ପବିତ୍ର ମହାଶିବରାତ୍ରୀ ବା ଜାଗରଯାତ୍ରା । ପବିତ୍ର ମହାଶିବରାତ୍ରୀ ଉପଲକ୍ଷେ ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି । ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । ଲିଙ୍ଗରାଜ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ରାତି ୧୦ଟାରେ ମହାଦୀପ ଉଠିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ ମହାଶିବରାତ୍ରୀ ପାଇଁ ପୁରୀର ଲୋକନାଥ ପୀଠରେ କଡା ସୁରକ୍ଷା ବ୍ୟବସ୍ଥା ହୋବ ସହ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି । ସୁରକ୍ଷା ଦାୟିତ୍ୱରେ ୫୦ରୁ ଅଧିକ ଅଫିସର ନିୟୋଜିତ ହୋଇଛନ୍ତି । ମହାଶିବରାତ୍ରୀ ଉପଲକ୍ଷେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.